ଆସୁଛି ଲଘୁଚାପ,ଆଣ୍ଡାମାନ ସାଗରକୁ ପ୍ରବେଶ କଲା ଘୂର୍ଣ୍ଣିବଳୟ
ଆଣ୍ଡାମାନ ସାଗରକୁ ପ୍ରବେଶ କଲା ଘୂର୍ଣ୍ଣିବଳୟ । ୨୩ରେ ଲଘୁଚାପ ସମ୍ଭାବନା । ଥାଇଲ୍ୟାଣ୍ଡ ଉପସାଗର ଏବଂ ସଂଲଗ୍ନ ଥାଇଲ୍ୟାଣ୍ଡ ଓ ମିଆଁମାର ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ଆଜି ସନ୍ଧ୍ୟାରେ ଉତ୍ତର ଆଣ୍ଡାମାନ ସାଗର ମଧ୍ୟକୁ ପ୍ରବେଶ କରିଛି ।ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ପ୍ରଭାବରେ ଅକ୍ଟୋବର ୨୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଅକ୍ଟୋବର ୨୫ ବେଳକୁ ଅବପାତ କିମ୍ବା ଗଭୀର ଅବପାତର ରୂପ ନେଇପାରେ। ତେବେ ଏହା ବାତ୍ୟାର ରୂପ ନେବ କି ନାହିଁ ୨୫ ତାରିଖ ବେଳକୁ ସ୍ପଷ୍ଟ ହେବ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ।