ଆହୁରି ମାସେ ପାଇଁ PUCC ଅବଧି ବୃଦ୍ଧି କଲେ ସରକାର
ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।ଲୋକଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା କୁହାଯାଉଛି । ଏହା ପରେ ଅର୍ଥାତ୍ ୧ ଏପ୍ରିଲରୁ ପିୟୁସି ସାର୍ଟିଫିକେଟ୍ ନଥିଲେ ଆକ୍ସନ ନେବେ ସରକାର । ମାର୍ଚ୍ଚ ୩୧ ସୁଦ୍ଧା ପ୍ରଦୂଷଣ ପ୍ରମାଣପତ୍ର କରାଇନେବାକୁ କହିଲେ ପରିବହନ ମନ୍ତ୍ରୀ ।
ସେପଟେ ମନ୍ତ୍ରୀ କହିଛନ୍ତି, ଅନିୟମିତତାକୁ ଦେଖି ୪୨ଟି ଟେଷ୍ଟିଂ ସେଣ୍ଟରର ଲାଇସେନ୍ସ ରଦ୍ଦ ହୋଇଛି । ଅଧିକରୁ ଅଧିକ ଟେଷ୍ଟିଂ ସେଣ୍ଟର ଖୋଲିବାକୁ ଆହ୍ୱାନ କରୁଛୁ । ଯେଉଁମାନେ ଟେଷ୍ଟିଂ ସେଣ୍ଟର ପାଇଁ ଆବେଦନ କରିବେ ସେମାନଙ୍କୁ ଅଗ୍ରାଧିକାର ଦେବୁ ।ଗ୍ରୀନ୍ ଷ୍ଟିକର ବାଧ୍ୟତାମୂଳକ ନୁହେଁ, ଲଗାଇଲେ ଯାଞ୍ଚ ପାଇଁ ସୁବିଧା । ଯେଉଁମାନେ PUCC କରି ସାରିଛନ୍ତି, ସେମାନେ ଷ୍ଟିକର RTOରୁ ପାଇବେ ବୋଲି ମନ୍ତ୍ରୀ କହିଛନ୍ତି।
