ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା
ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାବେଳେ ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ହେଉଛି। ତେବେ ଜୁନ୍ ୩୦ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ପ୍ରଭାବରେ ଜୁଲାଇ ୨ ବେଳକୁ ଲଘୁଚାପ ହେବା ନେଇ ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି।ଉତ୍ତର ଓଡ଼ିଶାର ବିଭିିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । କିନ୍ତୁ ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ । ୩୦ ତାରିଖ(ମଙ୍ଗଳବାର) କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ ଓ ଗଜପତିରେ ଅଧିକ ବର୍ଷା ସମ୍ଭାବନା ଅଛି । ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିକ୍ଷିପ୍ତ ସ୍ଥାନରେ ବର୍ଷା ହୋଇପାରେ । ରାଜ୍ୟରେ ଦିନ ତାପମାତ୍ରା ସର୍ବାଧିକ ୩୮ ଡିଗ୍ରୀ ଓ ରାତି ତାପମାତ୍ରା ୨୭ ଡିଗ୍ରୀ ରହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ସେହିପରି ବାଲେଶ୍ୱର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଜିଲାକୁ ୟେଲୋ ଓ୍ବାର୍ନିଂ ଏବଂ କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ଗଜପତି ଜିଲାକୁ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି।