ଉତ୍ତର ଓଡ଼ିଶା ଦିଗରୁ ରାଜ୍ୟରେ ପ୍ରବେଶ କଲା ମୌସୁମୀ
ଓଡ଼ିଶା ଛୁଇଁଲା ମୌସୁମୀ। ରାଜ୍ୟରେ ପ୍ରବେଶ କଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ରଜ ପୂର୍ବରୁ ଓଡ଼ିଶାକୁ ମୌସୁମୀ ଆଗମନ ହୋଇଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଗୁରୁବାର ଦିନର ସୂଚନାଥିଲା କି ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗମନ ପାଇଁ ପାଗ ଅନୁକୂଳ ରହିଥିଲା । ଆଗାମୀ ୨ ରୁ ୩ ଦିନ ମଧ୍ୟରେ ମୌସୁମୀ ବାୟୁ ଓଡ଼ିଶାର କିଛି ଅଞ୍ଚଳକୁ ଅଗ୍ରସର ହେବାର ସମ୍ଭାବନା ରହିଥିଲା ବୋଲି କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଶନିବାରଠାରୁ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବା ନେଇ ପୂର୍ବାନୁମାନ କରାଯାଇଛି। ହେଲେ ୧୫ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ହେବା ତେବେ ଆଜି ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ଓ ପବନ ହେବା ନେଇ କେନ୍ଦ୍ରାପଡ଼ା, କଟକ, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତ୍ସିଂହପୁର, କେନ୍ଦୁଝର, ଖୋର୍ଦ୍ଧା, ନୟାଗଡ ଜିଲାକୁ ଅରେଞ୍ଜ ଏବଂ ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।