ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି । ଆଗମୀ ଦିନରେ ପ୍ରବଳ ଓ ମଧ୍ୟମ ଧରଣର ବର୍ଷା ସମ୍ଭାବନା।

ପାଣିପାଗ ବିଭାଗ ତରଫରୁ ସୁଚନା ମିଳିଛି ଯେ ଆଜିଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇପାରେ । ସକାଳ ୮ଟା ୩୦ ସୁଦ୍ଧା ଢେଙ୍କାନାଳ, ସୁନ୍ଦରଗଡ଼, ଦେଓଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କେନ୍ଦୁଝର, ମୟୁରଭଂଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର ଓ କଟକରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ୧୯ ତାରିଖରେ ୧୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ସହ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।

ସେହିଭଳି ୨୦ ତାରିଖରେ ୮ ଜିଲ୍ଲାକୁ ଅରେଞ୍ଜ ସହ ୯ ଜିଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ୨୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି ।

ତେବେ ଆସନ୍ତାକାଲିଠାରୁ ଛତିଶଗଡ଼ରେ ବର୍ଷା ହେବ । ଫଳରେ ମହାନଦୀ ଉପର ମୁଣ୍ଡରେ ବର୍ଷା ସହ ନଦୀ ଜଳସ୍ତର ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।