ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟ ଦେବନି ବିଜେଡି

ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟ ଦେବନି ବିଜେଡି । ମତଦାନରୁ ବିରତ ରହିବ ବିଜୁ ଜନତା ଦଳ ।ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ । ଏନଡିଏରୁ ସିପି ରାଧାକ୍ରିଷ୍ଣନ ଓ ଇଣ୍ଡିଆ ମେଣ୍ଟରୁ ବି. ସୁଦର୍ଶନ ରେଡ୍ଡୀ ପ୍ରାର୍ଥୀ ଅଛନ୍ତି ।ଓଡ଼ିଶାରେ ଲୋକସଭାର ୨୦ ସାଂସଦ ବିଜେପିର। ତେଣୁ ଓଡ଼ିଶାରୁ ଏନ୍‌ଡିଏ ପ୍ରାର୍ଥୀ ଭୋଟ୍‌ ପାଇବାରେ ଅସୁବିଧା ନାହିଁ। ତେବେ ରାଜ୍ୟସଭାରେ ଏବେ ବି ବିଜେଡିର ସଂଖ୍ୟା ଅଧିକ। ବିଜେଡିର ୭ ଓ ବିଜେପିର ୩ ସଦସ୍ୟ ଅଛନ୍ତି। ଏନ୍‌ଡିଏ ପ୍ରାର୍ଥୀଙ୍କୁ ଜିତିବା ପାଇଁ ବିଜେଡିର ସମର୍ଥନ ସେତେଟା ଗୁରୁତ୍ବ ରଖୁନି। ତା’ ସତ୍ତ୍ବେ ଏନ୍‌ଡିଏ ପକ୍ଷରୁ ବିଜେଡିର ସମର୍ଥନ ଲୋଡ଼ାଯାଇଛି। ଅଧିକ ସଂଖ୍ୟାରେ ଭୋଟ୍‌ରେ ଏନ୍‌ଡିଏ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ବିଜେପି ରାଷ୍ଟ୍ରୀୟ ନେତୃତ୍ବ ଲାଗି ପଡ଼ିଛନ୍ତି।