ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲାରେ ,SDJM କୋର୍ଟରେ ଆତ୍ମସମର୍ପଣ କଲେ ପୂର୍ବତନ DFO

ବହୁ ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା ଆତ୍ମସମର୍ପଣ କରିଛନ୍ତି । ସୋମବାର ପାରଳାଖେମୁଣ୍ଡି ଏସଡିଜେଏମ୍ (SDJM) କୋର୍ଟରେ ନିଜ ଓକିଲଙ୍କ ଜରିଆରେ ସେ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି ।ଏସଡିଜେଏମ୍‌ଙ୍କ ଅଦାଲତରେ ଜାମିନ ଆବେଦନ ଖାରଜ ହେବା ପରେ ସଂଗ୍ରାମ ଜିଲା ଓ ଦୌରାଜଜଙ୍କ ଅଦାଲତରେ ଜାମିନ ପାଇଁ ଆବେଦନ କରିଥିବା ସୂଚନା ମିଳିଛି। ଏହାକୁ ନେଇ ଅଦାଲତରେ ଆଇନଗତ ପ୍ରକ୍ରିୟା ଜାରି ରହିଛି।ଉଲ୍ଲେଖଯୋଗ୍ୟ ଯେ, ୨୦୨୧ ମସିହାରେ ଗଜପତି ଜିଲ୍ଲାରେ କାର୍ଯ୍ୟରତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା । ଯାହା କି ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିଲା । ଏହି ମାମଲାରେ ଏସିଏଫ୍ ସୌମ୍ୟରଞ୍ଜନଙ୍କ ପତ୍ନୀ ବିଦ୍ୟାଭାରତୀ ଏବଂ ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରାଙ୍କ ଭୂମିକାକୁ ନେଇ ପ୍ରଶ୍ନ ଉଠିଥିଲା । ଏନେଇ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ମୃତ ସୌମ୍ୟରଞ୍ଜନଙ୍କ ବାପା । ଏହି ଘଟଣାର ତଦନ୍ତ ଆଧାରରେ ମାମଲାରେ ବିଭିନ୍ନ ପର୍ଯ୍ୟାୟରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଚାଲିଆସୁଛି ।