ଐତିହାସିକ କଟକ ବାଲିଯାତ୍ରା ଉଦ୍‌ଘାଟିତ

କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଐତିହାସିକ କଟକ ବାଲିଯାତ୍ରା ବୁଧବାର ଉଦଘାଟିତ ହୋଇଯାଇଛି। ଏ ନେଇ ଆୟୋଜିତ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ ବାଲିଯାତ୍ରାକୁ ଉଦଘାଟନ କରିଛନ୍ତି। ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସାଂସଦ ଭର୍ତ୍ତୃହରି ମହତାବ, ବିଧାୟିକା ସୋଫିଆ ଫିର୍ଦ୍ଦୋସ ଏବଂ ବିଧାୟକ ପ୍ରକାଶ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।