ଓଡ଼ିଶାରେ ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ
ଭୁବନେଶ୍ବରରେ ନୂଆ ରାଜ୍ୟପାଳ ବ୍ରଜମୋହନ ରାମ । ବିମାନବନ୍ଦରରେ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ଓ ବାଚସ୍ପତି । ମନ୍ତ୍ରିପରିଷଦର ସଦସ୍ୟ ଓ ମୁଖ୍ୟ ଶାସନ ସଚିବ ମଧ୍ୟ ଉପସ୍ଥିତ ଥିଲେ । ନୂଆ ରାଜ୍ୟପାଳଙ୍କୁ ବିମାନବନ୍ଦରରେ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି । ବ୍ରଜମୋହନ ରାମ ବିମାନବନ୍ଦରରୁ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା କରିବେ । ସନ୍ଧ୍ୟାରେ ପୁରୀରୁ ଫେରି ରାତି ୭ଟା ୨୫ରେ ଲୋକଭବନରେ ପହଞ୍ଚିବେ । ରାଜ୍ୟପାଳଙ୍କ ଆଗମନ ଏବଂ ଶପଥ ଗ୍ରହଣ ଉତ୍ସବ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଏବଂ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଆସନ୍ତାକାଲି ସକାଳ ୧୧ଟାରେ ଭୁବନେଶ୍ୱରସ୍ଥିତ ଲୋକଭବନର ନୂଆ ଅଭିଷେକ ହଲ୍ ରେ ସେ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ ।