ଓଡିଶା ସାହିତ୍ୟ ଏକାଡେମୀର ସ୍ଵନକ୍ଷତ୍ର ଦିବସ ଉପଲକ୍ଷେ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା

ଜଗତସିଂହପୁର ତା =6/7/26ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ପରିଷଦ ତରଫରୁ ସ୍ଥାନୀୟ ଶ୍ରୀକୃଷ୍ଣ ଏକାଡେମୀ ପରିସରରେ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସ୍ଵନକ୍ଷତ୍ର ଦିବସ ପାଳନ ଉପଲକ୍ଷେ ବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କୁ ନେଇ ଜିଲ୍ଲାସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଅଛି। ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବକ୍ତୃତା, ପ୍ରବନ୍ଧ, କବିତା ଆବୃତ୍ତି ଓ ସାହିତ୍ୟ ସମ୍ପର୍କିତ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥଲା l

ଆୟୋଜିତ ପୁରସ୍କାର ବିତରଣୀ ସଭା ରେ ମୁଖ୍ୟ ଅତିଥିଭାବେ ଜଗତସିଂହପୁର ଅତିରିକ୍ତ ଜିଲ୍ଲାପାଳ ସମ୍ବିତ କୁମାର ରାଉତ ମୁଖ୍ୟ ବକ୍ତା ଭାବେ ଜିଲ୍ଲା ଆପାତକାଳୀନ ବିଭାଗର ଡେପୁଟୀ କଲେକ୍ଟର ଅନିଶା ଦାସ ଯୋଗଦେଇ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ।ଜଗତସିଂହପୁର ରୁ ଜ୍ୟୋତି ରଞ୍ଜନ ପରିଡା ଙ୍କ ରିପୋର୍ଟ