କଞ୍ଚା ଲଙ୍କାରେ ମୁକ୍ତିଲାଭ କଲା ବାରଙ୍ଗ ୧୯୯୯
ଓଡ଼ିଶାର ଆଗ ଧାଡ଼ିର ମନୋରଞ୍ଜନ ଆପ୍ ‘କଞ୍ଚା ଲଙ୍କା’ ର ନୂତନ ୱେବ୍ ସିରିଜ୍, ‘ବାରଙ୍ଗ ୧୯୯୯’ ସାରା ରାଜ୍ୟରେ ଚହଳ ସୃଷ୍ଟି କରିବା ପାଇଁ ପ୍ରସ୍ତୁତ ହୋଇଛି। ଏହି ମହାଗାଥାକୁ ନିର୍ଦ୍ଦେଶନା ଦେଇଛନ୍ତି ଯୁବ ନିର୍ଦ୍ଦେଶକ ଅଜୟ ପାଢ଼ୀ। ୭ ଏପିସୋଡ୍ ବିଶିଷ୍ଟ ଏହି ସିରିଜ୍ ଦର୍ଶକଙ୍କ ମନୋରଞ୍ଜନ କରିବା ସହ ରାଜନୈତିକ ଚକ୍ରବ୍ୟୁହ ଏବଂ ନାରୀ ଶକ୍ତିର ରୂପରେଖକୁ ମଧ୍ୟ ଦର୍ଶାଇବ।ଏହି ମନୋରଞ୍ଜକ କାହାଣୀର ସ୍ରଷ୍ଟା ହେଉଛନ୍ତି ବର୍ଷୀୟାନ ସାମ୍ବାଦିକ ଦିଲୀପ ବିଷୋଇ, ଚିତ୍ରନାଟ୍ୟ ଲେଖୁଛନ୍ତି ସରୋଜ ମହାପାତ୍ର ଏବଂ ଦମଦାର ସଂଳାପରେ ସଜେଇଛନ୍ତି, ଯୁବ ସଂଳାପକାର ନିଶାନ୍ତ ମଜିଠିଆ। ମୁମ୍ବାଇରେ କାର୍ଯ୍ୟରତ ଡିରେକ୍ଟର ଅଫ ଫୋଟୋଗ୍ରାଫୀ, ଯୁଧିଷ୍ଠିର ବେହେରାଙ୍କ ଆକର୍ଷଣୀୟ ଚିତ୍ରତ୍ତୋଳନ ଏବଂ ରଶ୍ମୀ ରଞ୍ଜନଙ୍କ ନିଖୁଣ ସମ୍ପାଦନା ନିଶ୍ଚିତ ଭାବେ ଏହି ସିରିଜ୍ କୁ ନେଇ ପାରିବ ଓଡ଼ିଶାର ଶ୍ରେଷ୍ଠ ସିରିଜ୍ ତାଲିକାରେ।
