କଟକ ସହରକୁ ଫେରୁଛି ଶାନ୍ତି। ହଟିଲା କର୍ଫ୍ୟୁ କଟକଣା
କଟକ ସହରକୁ ଫେରୁଛି ଶାନ୍ତି। ହଟିଲା କର୍ଫ୍ୟୁ କଟକଣା। ସହରରେ ଜୀବନଯାତ୍ରା ସ୍ଵାଭାବିକ ହୋଇଛି। ପୂର୍ବ ଘୋଷଣା ଅନୁଯାୟୀ ଆଜି ସକାଳ ୧୦ଟା ପର୍ଯ୍ୟନ୍ତ କର୍ଫ୍ୟୁ ଥିଲା। ଦରଘାବଜାର ସମେତ ୧୩ଟି ଥାନା ଅଞ୍ଚଳରେ କର୍ଫ୍ୟୁ ଲାଗିଥିଲା। ମଙ୍ଗଳାବାଗ୍, କ୍ୟାଣ୍ଟନ୍ମେଣ୍ଟ, ପୁରୀଘାଟ, ବାଦାମବାଡ଼ି, ଲାଲ୍ବାଗ୍, ବିଡ଼ାନାସୀ, ମର୍କତନଗର, CDA ଫେଜ୍-୨, ମାଲ୍ଗୋଦାମ, ଜଗତପୁର, ବୟାଳିଶି ମୌଜା, ସଦର ଥାନା ଅଞ୍ଚଳରେ କର୍ଫ୍ୟୁ ଥିଲାଅବଧି ବୃଦ୍ଧି ନହେବାରୁ କଟକଣା ଉଠାଯାଇଛି। ତେବେ ଆଜି ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ କଟକଣା ବଳବତ୍ତର ରହିବ। ତେବେ ଅକ୍ଟୋବର ୩ତାରିଖରେ ରାତିରେ ଦଶହରା ଭସାଣ ଶୋଭାଯାତ୍ରାରେ ଦରଘାବଜାର ଓ ହାତୀପୋଖରୀ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟିଥିଲା । ସ୍ଥିତି ନିୟନ୍ତ୍ରଣକୁ ଫେରୁଥିବା ବେଳେ ଗତକାଲି ବାଇକ ରାଲି ବାହାରିଥିଲା । ତେବେ ଏଥିପାଇଁ ଅନୁମତି ନଥିବାରୁ ପୋଲିସ ଏହାକୁ ଅଟକାଇଥିଲା । ଏହାକୁ ନେଇ ପୋଲିସ ସହ ମୁହାଁମୁହିଁ ପରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା ।
