କଣ୍ଠଶିଳ୍ପୀ ହ୍ୟୁମାନ ମୃତ୍ୟୁ ମାମଲା; ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଅର୍ପିତା
କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ମାମାଲାରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ । ହାଇକୋର୍ଟରେ ଆଗୁଆ ଜାମିନ ପାଇଁ ଅର୍ପିତା ଆବେଦନ କରିଛନ୍ତି ।ପୂର୍ବରୁ ଏହି ମାମଲାରେ ସୋମେଶ ଶତପଥୀଙ୍କ ସହ ମିଳିତ ଆଗୁଆ ଜାମିନ ଆବଦେନ କରିଥିଲେ ଅର୍ପିତା। ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ କଟକ ମର୍କତ ନଗର ଥାନାରେ ୯ ଜଣଙ୍କ ନାଁରେ ମମାଲା ରୁଜୁ କରିଥିଲେ ହ୍ୟୁମାନଙ୍କ ମାଆ ସେଫାଳି ସୁନା।ହ୍ୟୁମାନଙ୍କ ମାଆ ଶେଫାଳି ସୁନାଙ୍କ ଅଭିଯୋଗ ଆଧାରରେ ମର୍କତ ନଗର ଥାନାରେ ରୁଜୁ ମାମଲାର ତଦନ୍ତ କରୁଛି କମିଶନରେଟ ପୋଲିସ ।
ଷଡ଼ଯନ୍ତ୍ର କରି ହ୍ୟୁମାନଙ୍କୁ ବିଷ ଦେଇ କିମ୍ବା ଶାରୀରିକ କ୍ଷତି ପହଞ୍ଚାଇ ହତ୍ୟା କରାଯାଇଥିବା ଶେଫାଳି ସୁନା ଆଶଙ୍କା କରିଛନ୍ତି ।
