କଲବଲ କରିବ ଗୁଳୁଗୁଳି : ଜଳୁଛି ପଶ୍ଚିମ
ତାତିରେ ଫୁଟିବ ଅଧା ଓଡ଼ିଶା। ଅସହ୍ୟ ଖରା ସାଙ୍ଗକୁ ଗୁଳୁଗୁଳି ଜନଜୀବନ ଅସ୍ତବ୍ୟସ୍ତ କରୁଥିବା ବେଳେ ୧୬ ରୁ ୨୦ ଯାଏଁ ତାତିରୁ ନାହିଁ ତ୍ରାହି । ୫ ଦିନ ଧରି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ପାଇଁ ଚେତାବନୀ ଜାରି । ୪୫ ଡିଗ୍ରି ଛୁଇଁପାରେ ରାଜ୍ୟର ତାପମାତ୍ରା ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।ଆଜି ଟିଟିଲାଗଡ଼ରେ ୪୪ ଡିଗ୍ରୀ ଛୁଇଁପାରେ। ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବୌଦ୍ଧ, ଭବାନୀପାଟଣା, ବରଗଡ଼, ଝାରସୁଗୁଡ଼ା ଭଳି ଜିଲ୍ଲାରେ ନିଆଁ ବର୍ଷା ହୋଇପାରେ। ପାଣିପାଗ ବିଭାଗ ଏଭଳି ସତର୍କ କରାଇଛି।
ଆଜି ଉପକୂଳ ଓଡ଼ିଶାରେ ବି ପ୍ରବଳ ଗରମ ଓ ଗୁଳୁଗୁଳି ରହିବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଏହି ସ୍ଥିତି ରହିବ। ୧୬ ତାରିଖରେ ତାତି ଆହୁରି ଭୟାନକ ଆଡ଼କୁ ଯାଇପାରେ।
