କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀମନ୍ଦିର ଜଗିବେ ୪୫ ପ୍ଲାଟୁନ୍ ପୋଲିସ ଫୋର୍ସ
ବୁଧବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିର ରତ୍ନସିଂହାସନରେ ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶ ତଥା ସୁନାବେଶ ଅନୁଷ୍ଠିତ ହେବ। ଏହି ଅବସରରେ ମନ୍ଦିରକୁ ଲକ୍ଷାଧିକ ଭକ୍ତଙ୍କ ଆଗମନ ହେବ। ଭକ୍ତମାନେ କିଭଳି ଶୃଙ୍ଖଳିତ ଢଙ୍ଗରେ ମହାପ୍ରଭୁଙ୍କ ଦର୍ଶନ ପାଇପାରିବେ ସେଥିପାଇଁ ପୁରୀ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଭକ୍ତମାନଙ୍କ ସୁବିଧା ପାଇଁ ବ୍ୟାରିକେଡ଼ ନିକଟରେ ପାନୀୟ ଜଳ ସହ ଫାଷ୍ଟ ଏଡ୍ ସେଣ୍ଟର , ଆମ୍ବୁଲାନ୍ସ ବ୍ୟବସ୍ଥା କରାଯାଇଛି। କେବଳ ସିଂହଦ୍ଵାର ଦେଇ ଭକ୍ତଙ୍କ ପ୍ରବେଶ ପାଇଁ ବ୍ୟବସ୍ଥା କରାଯାଇଥିବା ବେଳେ ଅନ୍ୟ ତିନି ଦ୍ବାର ଦେଇ ପ୍ରସ୍ଥାନର ବ୍ୟବସ୍ଥା କରାଯାଇଛି। ଅନ୍ୟପଟେ କାର୍ତ୍ତିକ ପୂର୍ଣ୍ଣିମାପାଇଁ ଶ୍ରୀକ୍ଷେତ୍ରକୁ ଗଡିବ ୩ ସ୍ପେଶାଲ ଟ୍ରେନ । ବ୍ରହ୍ମପୁରରୁ ପୁରୀକୁ ଗୋଟିଏ ଓ ପୁରୀରୁ ବ୍ରହ୍ମପୁରକୁ ଗଡିବ ୨ଟି ସ୍ପେଶାଲ ଟ୍ରେନ ।
