କାଶୀପୁର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ଘରେ ଛାନଭିନ କରୁଛି ଭିଜିଲାନ୍ସ
ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ରାୟଗଡ଼ା ଜିଲ୍ଲାର କାଶୀପୁର ଫରେଷ୍ଟ ରେଞ୍ଜର ଅନ୍ତରଯ୍ୟାମୀ ସାହୁଙ୍କ ସରକାରୀ ବାସଭବନ ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ରେଡ୍ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରିଥିବା ସୂଚନା ମିଳିଛି।। ଅନ୍ତର୍ଯ୍ୟାମୀ ସାହୁଙ୍କ କାଶିପୁର କାର୍ଯ୍ୟାଳୟ ,ସରକାରୀ ଓ ବେସରକାରୀ ବାସ ଭବନ, ବାଲିଗୁଡା ,ନୟାଗଡ଼ ,ଦାରିଙ୍ଗବାଡ଼ି ଭୁବନେଶ୍ୱର,ଭଞ୍ଜନଗର ଓ ବ୍ରହ୍ମପୁର ରେ ଏହି ରେଡ୍ ଜାରି ରହିଛି । ତାଙ୍କର ସମ୍ପର୍କୀୟଙ୍କ ଘରେ ବି ରେଡ୍ ଚାଲିଛି । ଜୟପୁର ଭିଜିଲାନ୍ସ ଡିଏସପିଙ୍କ ନେତୃତ୍ବରେ ୧୩ ଜଣିଆ ଟିମ୍ ରେଡରେ ସାମିଲ ଥିବା ଜଣାପଡ଼ିଛି।
