କାହିଁକି ବ୍ୟଞ୍ଜନ ଦ୍ୱାଦଶୀ ପାଳନ କରିଥାନ୍ତି ??

ଓଡ଼ିଆ ପଞ୍ଜିକାରେ ମାର୍ଗଶୀର ଶୁକ୍ଳ ପକ୍ଷ ଦ୍ୱାଦଶୀ ବ୍ୟଞ୍ଜନ ଦ୍ୱାଦଶୀ ବା ଅଖଣ୍ଡ ଦ୍ୱାଦଶୀ ନାମରେ ଜଣା । ଏହି ଦ୍ୱାଦଶୀରେ ଅନୁଷ୍ଠିତ ଧର୍ମକର୍ମର ନିଶ୍ଚିତ ଫଳ ମିଳେ ବୋଲି ଲୋକ ବିଶ୍ୱାସ ରହିଛି । ବ୍ୟଞ୍ଜନ ଦ୍ୱାଦଶୀ ଗୌଡ଼ୀୟ ବୈଷ୍ଣବ ସଂପ୍ରଦାୟର ଅନୁଗାମୀମାନଙ୍କର ଏକ ପ୍ରମୁଖ ପର୍ବ ।

ଦିନଟି କୃଷ୍ଣଙ୍କ ପାଇଁ ଯେବେ ମା’ ଯଶୋଦା ହଠାତ ଦିନେ ଦେଖିଲେ ଯେ ତାଙ୍କ ଏକୋଇର ବଳା ବିଶିକେଶନ କାହ୍ନାର ଦେହ ଝଡ଼ି ଯାଇଛି। ମା’ଙ୍କ ଆଖିକୁ ସେ ଶୁଖି କଳାକାଠ ପଡ଼ି ଯାଇଥିବା ଦେଖାଗଲେ । ଏତିକିରେ ମା’ ଉଚ୍ଛନ୍ନ ହୋଇଗଲେ । ଭାବିଲେ ନଖାଇ ନପିଇ ସେ ଏମିତି ହୋଇଗଲାଣି । ସେଠୁ ଯଶୋଦା କ’ଣ କଲେ ନା ନିଜେ ରୋଷେଇ ଘରକୁ ଯାଇଁ ନାନାଦି ପ୍ରକାରର ପୁଷ୍ଟିକର ତଥା ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତ କରି କୃଷ୍ଣଙ୍କୁ ଖୁଆଇଲେ ।

ଶ୍ରୀଚୈତନ୍ୟ ମହାପ୍ରଭୁ ମଧ୍ୟ ବାଲ୍ୟକାଳରେ ନିଜ ମା’ଙ୍କ ପରଷା ବହୁବିଧ ଖାଦ୍ୟ ଖାଇଥିବାର ଶୁଣାକଥା ଅଛି । ଏହି ଦୁଇଟି ଶୁଣାକଥାକୁ ମିଶାଇ ଗୌଡ଼ୀୟ ବୈଷ୍ଣବମାନେ ନିଷ୍ଠାର ସହିତ ବ୍ୟଞ୍ଜନ ଦ୍ୱାଦଶୀ ପାଳନ କରିଥାନ୍ତି ।