କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ତହସିଲଦାର ଗିରଫ

କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ତହସିଲଦାର ଗିରଫ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶିବ ମଲ୍ଲିକଙ୍କୁ ଭିଜିଲାନ୍ସ ଗିରଫ କରିଛି। ତହସିଲଦାରଙ୍କ ଆୟଠାରୁ ୧୯୦ ପ୍ରତିଶତ ସମ୍ପତ୍ତି ଅଧିକ ଥିବା ସୂଚନା ମିଳିଛି। ଚଢ଼ାଉ ବେଳେ ୪ଟି ବିଲଡିଂ, ୭ ଦାମୀ ପ୍ଲଟ, ୧୮ ଲକ୍ଷ ଟଙ୍କା ବ୍ୟାଙ୍କ ଜମା ଟଙ୍କା ସହ ପ୍ରାୟ ଦେଢ଼ ଲକ୍ଷ ଟଙ୍କାର କ୍ୟାସ୍ ଠାବ କରିଛି ଭିଜିଲାନ୍ସ । ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ ।

ଗତ ୨୪ ତାରିଖରେ ଗିରଫ କରି କୋର୍ଟ ଚାଲାଣ କରିଥିଲା ଭିଜିଲାନ୍ସ । ଆୟର ୧୯୦ ପ୍ରତିଶତ ଅଧିକ ସମ୍ପତ୍ତି ଠୁଳ କରିଛନ୍ତି ଶିବ ମଲ୍ଲିକ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ କଟକ ଭିଜିଲାନ୍ସ ଥାନାରେ ରୁଜୁ ହୋଇଛି ମାମଲା ।