କୋଭିଡ୍ ସ୍ଥିତି ନେଇ ବଡ଼ ବୈଠକ , ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା
କୋଭିଡ୍ ସ୍ଥିତିକୁ ନେଇ ରାଜ୍ୟରେ ଆରମ୍ଭ ହୋଇଛି ଉଚ୍ଚସ୍ତରୀୟ ବୈଠକ । ଲୋକସେବା ଭବନରେ ଚାଲିଛି ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ରାଜ୍ୟର ବର୍ତ୍ତମାନ କୋଭିଡ୍ ସ୍ଥିତି, ପ୍ରସ୍ତୁତି ଓ ସ୍ୱାସ୍ଥ୍ୟ ବ୍ୟବସ୍ଥା ନେଇ ଆଲୋଚନା ହେଉଛି । କୋଭିଡ୍ ସଂକ୍ରମଣର ସ୍ଥିତି, ହସ୍ପିଟାଲର ପ୍ରସ୍ତୁତି, ଔଷଧ ଓ ଚିକିତ୍ସା ସୁବିଧା ଭଳି ବିଭିନ୍ନ ପ୍ରସଙ୍ଗ ଉପରେ ଏହି ବୈଠକରେ ସମୀକ୍ଷା କରାଯାଉଛି । ସଂକ୍ରମଣ ବୃଦ୍ଧି ହେଲେ କିପରି ମୁକାବିଲା କରାଯିବ ଏବଂ ଲୋକଙ୍କ ସୁରକ୍ଷା ପାଇଁ କେଉଁ ପଦକ୍ଷେପ ନିଆଯିବ, ସେନେଇ ମଧ୍ୟ ନିଷ୍ପତ୍ତି ନିଆଯାଇପାରେ । ସୂଚନାମୁତାବକ ଆନ୍ଧ୍ରପ୍ରଦେଶରେ କୋଭିଡ୍ ସଂକ୍ରମଣ ମାମଲା ଚିହ୍ନଟ ହେବା ପରେ, ଏହାକୁ ନେଇ ଗଞ୍ଜାମ ଜିଲ୍ଲାରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସତର୍କତା ଜାରି ହୋଇଛି । ଆନ୍ଧ୍ରପ୍ରଦେଶରେ କୋଭିଡ ସଂକ୍ରମଣ ବଢ଼ୁଥିବାରୁ ଏହାକୁ ନେଇ ଓଡ଼ିଶାର ସୀମାବର୍ତ୍ତୀ ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । ଏହି କ୍ରମରେ ଗଞ୍ଜାମ ଜିଲ୍ଲାରେ ସତର୍କତା ବଢ଼ାଇବାକୁ ନିର୍ଦ୍ଦେଶ ଦିଆଯାଇଛି।