ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ ମନା: ମେୟର

ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ ମେଳାରେ ହେବନି ଅଶ୍ଳୀଳ ନୃତ୍ୟ । ଖଣ୍ଡଗିରି ମାଘ ମେଳା ପାଇଁ ଲାଗିବ ୧୦୦ଟି ସିସିଟିଭି । ବିଏମ୍‌ସିର ପ୍ରସ୍ତୁତ ବୈଠକ ପରେ ମେୟର ସୁଲୋଚନା ଦାସଙ୍କ ପ୍ରତିକ୍ରିୟା । ପ୍ରତିକ୍ରିୟା ଦେଇ ସେ କହିଛନ୍ତି ଯେ ଚୋରି ରୋକିବା ପାଇଁ ଅଧିକ ପୋଲିସ ଫୋର୍ସ ମୁତୟନ କରାଯିବ । ସାଧୁସନ୍ଥଙ୍କ ପାଇଁ ରହିବା, ଖାଇବା ଓ ଶୌଚାଳୟ ବ୍ୟବସ୍ଥା ହେବ । ମୋଟ୍ ୭ଟି ପେଣ୍ଡାଲରେ ଯାତ୍ରା ପରିବେଷଣ ହେବ ।  ଭୁବନେଶ୍ୱର ଉପକଣ୍ଠ ଖଣ୍ଡଗିରିଠାରେ ଜାନୁଆରୀ ୨୩ ତାରିଖରୁ ଫେବୃଆରୀ ୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଖଣ୍ଡିଗିରି ମାଘ ମେଳା ଯାତ୍ରା ।ତେବେ ଖଣ୍ଡଗିରି ମେଳା କିପରି ସୁରୁଖୁରୁରେ ସରିବ ସେନେଇ ସମସ୍ତ ପ୍ରକାର ପ୍ରସ୍ତୁତି କରାଯିବ ।