ଖୁବଶୀଘ୍ର ଦେବ୍ରିଗଡ଼କୁ ଆସିବେ ୨ ନୂଆ ବାଘ
ଦେବ୍ରିଗଡ଼କୁ ଆସିବେ ୨ ନୂଆ ବାଘ । ନ୍ୟାସନାଲ ଟାଇଗର କନଜରଭେସନ ସହ ଆମେ ଯୋଗାଯୋଗରେ ଅଛୁ । ଭବିଷ୍ୟତରେ ବାଘ ଆଣିବା ନେଇ ଯୋଜନା ରହିଛି ବୋଲି ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଷରାମ ସିଂ ଖୁଣ୍ଟିଆ ।ମନ୍ତ୍ରୀ କହିଛନ୍ତି, ଶିମିଳିପାଳକୁ ଯମୁନା ଏବଂ ଜିନତକୁ ଅଣାଯାଇଥିଲା । ମାତ୍ର ଏ ପର୍ଯ୍ୟନ୍ତ ବଂଶବୃଦ୍ଧିରେ ଆମେ ସଫଳତା ପାଇପାରିନୁ । ସେମାନେ ସୁରକ୍ଷିତ ଅଛନ୍ତି । ବଂଶବୃଦ୍ଧି ନେଇ ପ୍ରୟାସ ଜାରି ରହିଛି । ଜିପିଏସ ଟ୍ରାକିଙ୍ଗ କରାଯାଉଛି । କ୍ୟାମେରା ମାଧ୍ୟମରେ ମନିଟରିଂ ଜାରି ରହିଛି ।
