ଗୋଟିଏ ଦିନର ବିରତି ପରେ ଆରମ୍ଭ ହୋଇଥିଲା ବିଧାନସଭା ।ଆଜି ବି ୧୧ଟା ୩୦ ଯାଏଁ ଗୃହ ମୁଲତବୀ

ଆଜି ବି ଗୃହ ଅଚଳ । ସୋମବାର ୧୧ଟା ୩୦ ଯାଏଁ ଗୃହ ମୁଲତବୀ ରଖିଲେ ବାଚସ୍ପତି । ବିରୋଧୀ ସଦସ୍ୟଙ୍କ ହଟ୍ଟଗୋଳ ଲାଗି ବାଚସ୍ପତି ଗୃହକୁ ମୁଲତବୀ ରଖିଛନ୍ତି । ଆଜି ପ୍ରଶ୍ନକାଳରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସ୍ୱରାଷ୍ଟ୍ର, ସଂସଦୀୟ ବ୍ୟାପାର, ଅର୍ଥ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗ ସମ୍ପର୍କିତ ପ୍ରଶ୍ନର ଉତ୍ତର ଦିଆଯିବାର ଅଛି। କିନ୍ତୁ ଆଜି 

 ବିଧାନସଭା ଆରମ୍ଭ ହେବା ମାତ୍ରେ ବିରୋଧୀ ସଦସ୍ୟ ହୋହାଲ୍ଲା କରିଥିଲେ । ବାଚସ୍ପତି ବିରୋଧୀ ସଦସ୍ୟଙ୍କୁ ବାରମ୍ବାର ଅନୁରୋଧ କରୁଥିଲେ । କିନ୍ତୁ ବିରୋଧୀ ଶୁଣିବାକୁ ନାରାଜ । ଯାହାଫଳରେ ବିଧାନସଭାକୁ ୧୧ଟା ୩୦ ଯାଏଁ ମୁଲତବୀ ରଖିଛନ୍ତି ବାଚସ୍ପତି ।