ଗୁରୁ କେବଳ ବିଦ୍ୟାର୍ଥୀମାନଙ୍କର ଭବିଷ୍ୟତ ନିର୍ମାଣ କରନ୍ତି ନାହିଁ,

ଗୁରୁ କେବଳ ବିଦ୍ୟାର୍ଥୀମାନଙ୍କର ଭବିଷ୍ୟତ ନିର୍ମାଣ କରନ୍ତି ନାହିଁ, ସେମାନେ ପୁରା ସମାଜର ଭବିଷ୍ୟତ ନିର୍ମାଣ କରନ୍ତି। ସେମାନେ ସମାଜର ମାର୍ଗଦର୍ଶକ ବୋଲି ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ@Mohan Charan Majhi ମତବ୍ୟକ୍ତ କରିଛନ୍ତି।

ଏହି ଅବସରରେ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର, ମୁଖ୍ୟମନ୍ତ୍ରୀ ଓଡ଼ିଆ ଭାଷାବୃତ୍ତି, ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଦଶମ ଏବଂ ଦ୍ବାଦଶ ବୋର୍ଡର ଶ୍ରେଷ୍ଠ ବିଦ୍ୟାର୍ଥୀ ଏବଂ ଉଚ୍ଚ ମାଧ୍ୟମିକ ବୋର୍ଡର ୩୯୧ଜଣ ଶ୍ରେଷ୍ଠ ବିଦ୍ୟାର୍ଥୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ ମୁଖ୍ୟମନ୍ତ୍ରୀ।ଏତଦ୍‌ବ୍ୟତୀତ ଆଭାସୀ ମାଧ୍ୟମରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ୩୦ଟି ଜିଲ୍ଲାର ୪୪,୭୨୮ଜଣ ବିଦ୍ୟାର୍ଥୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ଏହି ସମାରୋହରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତ ବିଭିନ୍ନ ପୁସ୍ତିକା ଉନ୍ମୋଚନ କରିଥିଲେ ମୁଖ୍ୟମନ୍ତ୍ରୀ।