ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ


ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ସାନ୍ତରାପୁର ,ବାଉଳିଗୋଡ, ଗୋଡାସନ୍ତ୍ରି ଗ୍ରାମପଞ୍ଚାୟତ ର ଭକ୍ତପୁର, ଗୋଡସନ୍ତ୍ରି, ବାଉଳିଗୋଡ, ସିମିଲିଛୁଇଁ, ଯୁହlରପୂର୍ ଗ୍ରାମ ରେ ବିଶ୍ଵ ଯୁବ କେନ୍ଦ୍ର ବଣୀନାଳୀ ଅନୁଗୋଳ ଦ୍ୱାରା ପରିଚାଳିତ ଜଷ୍ଟ ରାଇଟ ଫର୍ ଚିଲଡ୍ରେନ୍ ଦ୍ୱାରା ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟ କ୍ରମ ରେ ଅଙ୍ଗନୱାଡି କର୍ମୀ, ୱାର୍ଡମେମ୍ୱର ,ଆଶା,କିଶୋରୀ ଉପସ୍ଥିିତଥିଲେ l ଶିଶୁଙ୍କୁ ନିଜର ଅଧିକାର ରୁ ବଞ୍ଚିତ କରି ବାଲ୍ୟ ବିବାହ , ଶିଶୁ ଚାଲାଣ, ଶିଶୁ ଯୌନ ନିର୍ଯାତନା, ଶିଶୁ ଶ୍ରମିକ ତଥା ଜୀବନ ପ୍ରତି ବିପଦ ସଙ୍କୁଳନ କାର୍ଯ୍ୟ ରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ଆଲୋଚନା କରାଯାଇ ଥିଲା l

ବାଲ୍ୟ ବିବାହ ତଥା ଶିଶୁ ଙ୍କୁ ଶ୍ରମରେ ନିୟୋଜିତ କରୁଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ୍ ଅନୁଯାୟୀ ବାଲ୍ୟ ବିବାହ ର ଦଣ୍ଡ ବିଧାନ ଓ ନିୟମାବଳୀ ଏବଂ ପ୍ରତେକ ଶିଶୁ ର ଚାରୋଟି ପ୍ରାଥମିକ ଅଧିକାର ବିଷୟରେ ଆଲୋଚନା କରାଯାଇଥିଲା l ବିଶ୍ଵ ଯୁବ କେନ୍ଦ୍ର ର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁ ଓ ଅଭିଷେକ ମହାପାତ୍ର ଙ୍କ ତତ୍ଵା ବଧାନ ରେ ପ୍ରକଳ୍ପ ସହଯୋଗୀ ଲକ୍ଷ୍ମୀ ବେହେରା ସଭା ପରିଚାଳନା କରିଥିଲେ