ଗ୍ରୀନ ଷ୍ଟିକର ନେଇ ବଡ଼ ସୂଚନା ଦେଲେ ପରିବହନ ମନ୍ତ୍ରୀ
ଗ୍ରୀନ ଷ୍ଟିକର ଗାଡିରେ ଲଗାଇବା ବାଧ୍ୟତାମୂଳକ ନୁହେଁ । ଏନେଇ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି । ଏହି ମାସରେ ସମସ୍ତ ଆରଟିଓରେ ପର୍ଯ୍ୟାପ୍ତ ପରିମାଣ ଗ୍ରୀନ ଷ୍ଟିକର ଦିଆଯିବ । ଗ୍ରୀନ ଷ୍ଟିକର କେବଳ ଏକ ସୂଚକ । କୌଣସି ଦେୟ ଦେବାକୁ ପଡିବନି । ଏଥିପାଇଁ କୌଣସି ଅତ୍ୟଧିକ ବୋଝ ନେବାର ଆବ୍ୟକତା ନାହିଁ । ତେବେ ପୂର୍ବରୁ ଏକ ଗୁଜବ ରହିଥିଲା ଯେ, ଗାଡ଼ିରେ ଗ୍ରୀନ ଷ୍ଟିକର ନଲଗାଇଲେ ତେଲ ମିଳିବ ନାହିଁ । କିନ୍ତୁ ଏହାକୁ ମନ୍ତ୍ରୀ ଖଣ୍ଡନ କରି ଗୁଜବ କହିଛନ୍ତି । ଯେଉଁମାନଙ୍କର ପଲ୍ୟୁସନ ସାର୍ଟିଫିକେଟ ରହିଛି ସେମାନେ ଏହି ଗ୍ରୀନ ଷ୍ଟିକର ଆରଟିଓରୁ ନେଇପାରିବେ । ତେବେ ଯେଉଁମାନେ ୧୦ ତାରିଖ ପରେ ପଲ୍ୟୁସନ ସାର୍ଟିଫିକେଟ କରିବେ ସେମାନଙ୍କୁ ପିୟୁସିସି ସେଣ୍ଟରରେ ଗ୍ରୀନ ଷ୍ଟିକର ମିଳିବ । ତେବେ ଗ୍ରୀନ ଷ୍ଟିକର ଦିଆଯିବା ପୂର୍ବରୁ ପଲ୍ୟୁସନ ସାର୍ଟିଫିକେଟ, ଆରସି ତଥା ଗାଡ଼ିର ସମସ୍ତ କାଗଜପତ୍ର ଯାଞ୍ଚ କରାଯିବ ।
