ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ୧୩ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା
ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜି ରାଜ୍ୟର ୮ ଜିଲାରେ ବିଜୁଳି ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏହାକୁ ନେଇ ୟେଲୋ ୱାର୍ନିଂ ଜାରି କରାଯାଇଛି। ରାଜ୍ୟରେ ୧୧ ତାରିଖ ଦିନ ବର୍ଷାର ପରିମାଣ ବଢ଼ିବ। ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ବି ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।ଅପରପକ୍ଷରେ ୧୨ ତାରିଖ ଶୁକ୍ରବାରଠାରୁ ରାଜ୍ୟରେ ବର୍ଷା ପରିମାଣ ହ୍ରାସ ପାଇବ। ୧୩ ତାରିଖଠାରୁ ନୂଆପଡ଼ା ଓ ନବରଙ୍ଗପୁର ଜିଲା ବ୍ୟତୀତ ବାକି ସବୁଠି ପାଗ ମୁଖ୍ୟତଃ ଶୁଖିଲା ରହିବ।
