ଛେଚିବ ବର୍ଷା: ଏହିସବୁ ଜିଲାକୁ ରେଡ୍ ଆଲର୍ଟ ଜାରି
ଆଜି ପ୍ରବଳ ବର୍ଷା । ଦୁଇ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପ୍ରବଳ ବର୍ଷା ନେଇ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ପାଣିପାଗ ପୂର୍ବାନୁମାନ ଯାହା, ଲଘୁଚାପ ଆହୁରି ଘନୀଭୂତ ହେବ । ଏହା ପ୍ରଭାବରେ ଆସନ୍ତା ୫/୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଲଗାଣ ବର୍ଷା ସମ୍ଭାବନା ଅଛି । ଏହା ପରେ ବର୍ଷା ପ୍ରକୋପ କମିବ । କିନ୍ତୁ, ପାଗ ପୂରା ଶୁଖିଯିବନି । କିଛି କିଛି ସ୍ଥାନରେ ବର୍ଷା ରହିବ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।ଆଗାମୀ ୨ ଦିନ ଭିତରେ ଏହା ଆହୁରି ଘନୀଭୂତ ହେବା ସମ୍ଭାବନା ଅଛି । ଏପଟେ ଓଡ଼ିଶାରେ ମୌସୁମୀ ପୂରା ସକ୍ରିୟ ରହିଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।