ଜମି ପଞ୍ଜୀକରଣ ପ୍ରକ୍ରିୟାରେ ସ୍ୱଚ୍ଛତା ପାଇଁ ପ୍ରଯୁକ୍ତିଭିତ୍ତିକ ବ୍ୟବସ୍ଥା ଉପରେ ରାଜ୍ଯ ସରକାରଙ୍କ ଗୁରୁତ୍ବ
ରାଜ୍ୟରେ ଜମି ପଞ୍ଜୀକରଣ ପ୍ରକ୍ରିୟାକୁ ଅଧିକ ସ୍ୱଚ୍ଛ, ଦାୟିତ୍ୱସମ୍ପନ୍ନ ଏବଂ ନିୟମ ଅନୁପାଳନ ସୁନିଶ୍ଚିତ କରିବା ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରିଆସୁଛନ୍ତି। ପଞ୍ଜୀକରଣ ପ୍ରକ୍ରିୟାରେ ସ୍ୱଚ୍ଛତା ଓ ଦକ୍ଷତା ବୃଦ୍ଧି ପାଇଁ ଅନେକ ପ୍ରଯୁକ୍ତିଭିତ୍ତିକ ବ୍ୟବସ୍ଥା ମଧ୍ୟ ପ୍ରଚଳନ କରାଯାଇଛି। ଏହି ପରିପ୍ରେକ୍ଷୀରେ ପଞ୍ଜୀକରଣ କାର୍ଯ୍ୟାଳୟଗୁଡ଼ିକର କାର୍ଯ୍ୟକଳାପ ଉପରେ ନିୟମିତ ମନିଟରିଂ ତଥା କଡ଼ା ନଜର ରଖିବା ନିମନ୍ତେ ଜିଲ୍ଲାପାଳମାନଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତରଫରୁ ନିର୍ଦ୍ଦେଶ ଦିଆଯାଇଛି l ପ୍ରଯୁକ୍ତି ବିଦ୍ଯାର ସର୍ବାଧିକ ଉପଯୋଗ ପୂର୍ବକ ପଞ୍ଜୀକରଣ ପ୍ରକ୍ରିୟାରେ ସ୍ଵଚ୍ଛତା ଏବଂ ଉତ୍ତରଦାୟିତ୍ଵ ସୁନିଶ୍ଚିତ କରିବା ରାଜ୍ୟ ସରକାରଙ୍କ ପ୍ରମୁଖ ପ୍ରାଥମିକତା। ଏପରି ଅନିୟମିତତାକୁ କୌଣସି ପରିସ୍ଥିତିରେ ପ୍ରଶ୍ରୟ ଦିଆଯିବ ନାହିଁ ଏବଂ ସମ୍ପୂର୍ଣ୍ଣ ପ୍ରକ୍ରିୟାରେ ନିୟମର ସମୁଚିତ ଅନୁପାଳନ ସୁନିଶ୍ଚିତ କରିବା ସହ ଦୋଷୀଙ୍କ ବିରୋଧରେ ଯଥାବିଧି ପଦକ୍ଷେପ ନିଆଯିବl