ଜାନୁଆରୀ ୨୧ରେ ଓଏସ୍‌ଏସ୍‌ଟିଇଟି ପରୀକ୍ଷା

ଆସନ୍ତା ଜାନୁୟାରୀ ୨୧ ତାରିଖରେ ଅନୁଷ୍ଠିତ ହେବ ଓଡ଼ିଶା ମଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସଏସଟିଇଟି)। ଦୁଇଟି ସିଟିଂ​‌ରେ ଏହି ପରୀକ୍ଷା ହେବ। ଗୋଟିଏ ସିଟିଂରେ ପେପର-୧ ଏବଂ ୨ୟ ସିଟିଂରେ ପେପର-୨ ପରୀକ୍ଷା ହେବ। ଏହି ପରୀକ୍ଷା ଉକ୍ତ ଦିନ ସକାଳ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ସାଢ଼େ ୧୨ଟା ପର୍ଯ୍ୟନ୍ତ ଚାଲିବ ।

ପରୀକ୍ଷା ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ମଧ୍ୟାହ୍ନ ୧୨ଟା ୩୦ରେ ଶେଷ ହେବ। ଜାନୁୟାରୀ ୧୦ରୁ ୱେବସାଇଟ(bseodisha.ac.in)ରୁ ଆଡମିଟ୍‌ କାର୍ଡ ଡାଉନଲୋଡ କରିହେବ।ଏହା ଆସନ୍ତା ଜାନୁଆରୀ ମାସ ୧୦ ତାରିଖରୁ ୱେବ୍‌ସାଇଟ୍‌ରେ ଉପଲବ୍ଧ ହେବ । ପରୀକ୍ଷା ପଞ୍ଜୀକରଣ ସମୟରେ ଦେଇଥିବା ଆବଶ୍ୟକୀୟ ତଥ୍ୟ ପ୍ରଦାନ କରି ପରୀକ୍ଷାର୍ଥୀ ନିଜର ଆଡ୍‌ମିଟ୍ କାର୍ଡ ଡାଉନ୍‌ଲୋଡ୍ କରି ପରୀକ୍ଷାରେ ବସିପାରିବେ ।