ଜିଲାପାଳଙ୍କୁ ଏହି ୯ ଟାସ୍କ ଦେଲେ ମୁଖ୍ୟମନ୍ତ୍ରୀ
ମଙ୍ଗଳବାର ଅନୁଷ୍ଠିତ ଜିଲାପାଳଙ୍କ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଜିଲାପାଳମାନଙ୍କୁ ୯ଟି ଟାସ୍କ ଦେଇଛନ୍ତି।ଦୁର୍ନୀତି ହଟାଇ, ସଚ୍ଚୋଟ ଓ ସାଧୁତା ପାଇଁ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦୁର୍ନିତିରେ ସରକାର ବଦନାମ ହେଲେ ବରଦାସ୍ତ କରାଯିବନାହିଁ । ଅଧିକ ଫିଲ୍ଡ ଭିଜିଟ୍ କରିବାକୁ ପରାମର୍ଶ ଦେଇଛନ୍ତି । ଶାସନ ପ୍ରଶାସନରେ ଟେକ୍ନୋଲୋଜିର ବ୍ୟବହାରକୁ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଛନ୍ତି । ଜିଲ୍ଲାସ୍ତରରେ ଲୋକଙ୍କ ଅଭିଯୋଗ ଶୁଣି ସମାଧାନ କରିବାକୁ ପରାମର୍ଶ ଦେଇଛନ୍ତି । ସରକାରୀ ବିଜ୍ଞାପନ ଓଡିଆ ଭାଷାରେ ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।ସୋସିଆଲ ମିଡିଆ ଜରିଆରେ ସରକାରୀ ସୂଚନାକୁ ବ୍ୟାପକ କରିବାକୁ ସମ୍ମିଳନୀରେ କୁହାଯାଇଛି। ଅନ୍ୟପକ୍ଷେ ଗାଦି ମଡ଼ା ବାବୁଙ୍କୁ ଚିହ୍ନଟ କରି ତୁରନ୍ତ ବଦଳାଇବାକୁ ମୁଖ୍ୟମନ୍ତ୍ରୀ ଜିଲାପାଳମାନଙ୍କୁ କହିଛନ୍ତି।
