ଜିଲ୍ଲାପାଳଙ୍କ ଆଗରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ

ଆଜି କଟକ ଜିଲ୍ଲା ବାଙ୍କୀ ବ୍ଲକରେ ଜିଲ୍ଲାପାଳଙ୍କ ଜନଶୁଣାଣି ଚାଲିଥିବା ସମୟରେ ଜଣେ ବିଧବା ମହିଳା ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିଲେ। ମହିଳା ବୈଦେଶ୍ଵର ଗାଁର ସସ୍ମିତା ମାଝୀ ବୋଲି ପରିଚୟ ମିଳିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।ସେ ଦୀର୍ଘ ଦିନ ଧରି ନିଜ ସ୍ୱାମୀଙ୍କ ମୃତ୍ୟୁ ପରେ ପରିବାର ଭତ୍ତା ପ୍ରାପ୍ୟ ୨୦ ହଜାର ଟଙ୍କା ପାଇବା ଲାଗି ବାରମ୍ବାର ବ୍ଲକ ସାମାଜିକ ସୁରକ୍ଷା ଅଧିକାରିଣୀ ସସ୍ମିତା ସେଠୀଙ୍କ ନିକଟରେ ଅଭିଯୋଗ କରି ଆସୁଥିଲେ।ମାତ୍ର ଲିଗାଲ ହେୟାର ସାର୍ଟିଫିକେଟରେ ତ୍ରୁଟି ରହିଥିବା ଦର୍ଶାଇ ବ୍ଲକ ସାମାଜିକ ସୁରକ୍ଷା ଅଧିକାରିଣୀ ତାଙ୍କୁ ଫେରାଇ ଦେଉଥିଲେ। ତେବେ ଜିଲ୍ଲାପାଳ ଅଭିଯୋଗକୁ ଗ୍ରହଣ କରି ତଦନ୍ତ କରିବାର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି।ଯଦି ଆଗାମୀ ଦିନରେ ତାଙ୍କ ସମସ୍ୟାର ସମାଧାନ ନହୁଏ, ତେବେ ସେ ପୁନର୍ବାର ଆତ୍ମାହୁତି ଦେବେ ବୋଲି ସସ୍ମିତା କହିଛନ୍ତି।