ଜୁଲାଇ ୩୧ କିମ୍ବା ତା ପୂର୍ବରୁ ଇ ଚାଲାଣ କଟିଥିଲେ ଫାଇନ କୋହଳ

ଜୁଲାଇ ୩୧ କିମ୍ବା ତା ପୂର୍ବରୁ ଇ ଚାଲାଣ କଟିଥିଲେ ଫାଇନ କୋହଳ ହୋଇଛି । ଏନେଇ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଫାଇନ ୫୦ ପ୍ରତିଶତ କୋହଳ କଲେ ରାଜ୍ୟ ସରକାର । ୫୦ ହଜାର ବଦଳରେ ଦେବାକୁ ହେବ ୨୫ ହଜାର ଟଙ୍କା ।

ପରିବହନ ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀଙ୍କ ଦ୍ବାରା ଜାରି ହୋଇଥିବା ବିଜ୍ଞପ୍ତିରେ କୁହାଯାଇଛି ଯେ, ଆବଶ୍ୟକତା ଠାରୁ ଅଧିକ ଏବଂ ବିନା ବୈଧ ଲାଇସେନ୍ସରେ ଲା‌ଇସେନ୍ସ କଟିଥିଲେ ୫,୦୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ପୈଠ କରିବେ। ସେହିପରି ବୈଧ ଲାଇସେନ୍ସ ବିନା ଗାଡ଼ି ଚଲାଇ ୫,୦୦୦ ଟଙ୍କାର ଚାଲାଣ କଟିଥିଲେ ୨,୫୦୦ ଟଙ୍କା ଦେବାକୁ ପଡ଼ିବ। ଡ୍ରାଇଭର ଅଥବା ପାସେଞ୍ଜର ବିନା ସିଟ୍‌ ବେଲ୍ଟରେ ଯାତ୍ରା ସମୟରେ ଚାଲାଣ କଟିଥିଲେ ୧,୦୦୦ ଟଙ୍କା ବଦଳରେ ୫୦୦ ଟଙ୍କା, ବାଇକ୍‌ରେ ଆବଶ୍ୟକତା ଠାରୁ ଅଧିକ ଯାଉଥିବା ଅଭିଯୋଗରେ କଟିଥିବା ଚାଲାଣର ୧,୦୦୦ ଟଙ୍କା ବଦଳରେ ୫୦୦ ଟଙ୍କା ଦେବାକୁ କୁହାଯାଇଛି। ସେହିପରି ବିନା ହେଲ୍‌ମେଟ୍‌ ପିନ୍ଧି ଗାଡ଼ି ଚଳାଉଥିବା ନେଇ ୧,୦୦୦ ଟଙ୍କା ଚାଲାଣ କଟିଥିଲେ ୫୦୦ ଟଙ୍କା ଦେବାକୁ ପଡ଼ିବ ବୋଲି କୁହାଯାଇଛି।