ଝିଟିପିଟି ପଡିଥିବା ଖାଦ୍ୟ ଖାଇ ୫୦ରୁ ଉର୍ଧ୍ବ ଛାତ୍ରୀ ଅସୁସ୍ଥ

ବିଷାକ୍ତ ଖାଦ୍ୟ ଖାଇ ୫୦ରୁ ଊର୍ଦ୍ଧ୍ବ ଛାତ୍ରୀ ଅସୁସ୍ଥ । ସମସ୍ତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ଏଭଳି ଘଟଣା ଘଟିଛି କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ ଅନ୍ତର୍ଗତ ବାଉଁଶପୁଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ।ସମସ୍ତ ଅସୁସ୍ଥ ଛାତ୍ରୀଙ୍କୁ ବନ୍ଧୁଗାଁ ମେଡିକାଲରେ ଭର୍ତ୍ତି କରାଯାଇଛି । ସକାଳ ୮ଟା ବେଳକୁ ଖାଦ୍ୟରେ ଝିଟିପିଟି ପଡ଼ିଥିବା ନେଇ ଛାତ୍ରୀମାନେ ପ୍ରଧାନ ଶିକ୍ଷକଙ୍କୁ ଅଭିଯୋଗ କରିଥଲେ । ପ୍ରଧାନଶିକ୍ଷକ ତୁରନ୍ତ ମେଡିକାଲକୁ ଫୋନ କରିଥିଲେ । ବନ୍ଧୁଗାଁ ସ୍ବାସ୍ଥ୍ୟ ବିଭାଗ ଟିମ୍ ସ୍କୁଲରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି । ବର୍ତ୍ତମାନ ସମସ୍ତ ଛାତ୍ରୀ ସୁସ୍ଥ ଥିବା ଜଣାପଡ଼ିଛି ।ବର୍ତ୍ତମାନ ମେଡିକାଲ ଟିମର ଚିକିତ୍ସା ଜାରି ରହିଥିବା ବେଳେ, ସମସ୍ତେ ସୁସ୍ଥ ଥିବା ଡାକ୍ତର ନିହାର ରଞ୍ଜନ ଷଡ଼ଙ୍ଗୀ କହିଛନ୍ତି I