ଟ୍ରମ୍ପଙ୍କୁ ବଡ଼ ଝଟକା, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ
ଆଜି ଘୋଷଣା ହେଲା ଶାନ୍ତି ନୋବେଲ ପୁରସ୍କାର ବିଜେତା । ଟ୍ରମ୍ପଙ୍କୁ ବଡ଼ ଝଟକା । ଆମେରିକା ରାଷ୍ଟ୍ରପତିଙ୍କୁ ମିଳିଲାନି ଏହି ପୁରସ୍କାର । ଭେନେଜୁଏଲାର ବିରୋଧୀ ଦଳ ନେତା ମାରିଆ କୋରିନା ମାଚାଡୋ ନୋବେଲ ଶାନ୍ତି ପୁରସ୍କାର ବିଜୟୀ ହୋଇଛନ୍ତି। ଭେନେଜୁଏଲାରେ ଗଣତନ୍ତ୍ର ଏବଂ ଲୋକଙ୍କ ଅଧିକାର ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଦେଇଛନ୍ତି ମାରିଆ। ଦେଶରେ ଏକଚ୍ଛତ୍ରବାଦ ଶାସନ ହଟାଇ ଗଣତନ୍ତ୍ର ପ୍ରତିଷ୍ଠା ଦିଗରେ ମାରିଆଙ୍କ ଶାନ୍ତିପୂର୍ଣ୍ଣ ଉଦ୍ୟମ ପ୍ରଶଂସନୀୟ, ଯେଉଁଥିପାଇଁ ତାଙ୍କୁ ଏହି ସର୍ବୋଚ୍ଚ ସମ୍ମାନ ପ୍ରଦାନ କରାଯାଇଛି।ସେ ଭେନେଜୁଏଲାର ଲୋକଙ୍କ ସ୍ୱାଧୀନତା ପାଇଁ ବର୍ଷ ବର୍ଷ ଧରି କାର୍ଯ୍ୟ କରିଛନ୍ତି ।
