ଡାକ୍ତର ଆନ୍ଦୋଳନ ସ୍ଥଗିତ, ସୂଚନା ଦେଇ ସ୍ବାସ୍ଥ୍ୟମନ୍ତ୍ରୀ

ରାଜ୍ୟରେ ଚାଲିଥିବା ଡାକ୍ତରମାନଙ୍କ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଡାକ୍ତରମାନଙ୍କର ଦୀର୍ଘଦିନର ଦାବିଗୁଡ଼ିକର ସମାଧାନ ପାଇଁ ସରକାର ଏକ ‘ସଚିବ ସ୍ତରୀୟ କମିଟି’ ଗଠନ କରିବେ ବୋଲି ଆଶ୍ୱାସନା ଦେଇଛନ୍ତି । ଏହି ନିଷ୍ପତ୍ତି ପରେ ରାଜ୍ୟର ସରକାରୀ ହସ୍ପିଟାଲଗୁଡ଼ିକରେ ଓପିଡି, ଆଇପିଡି ଏବଂ ଅନ୍ୟାନ୍ୟ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ସ୍ୱାଭାବିକ ହେବାକୁ ଯାଉଛି । ଓମ୍‌ସା ଏବଂ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୨୨ ତାରିଖରେ କମିଟିର ପ୍ରଥମ ବୈଠକ ବସିବ।