ଢେଙ୍କାନାଳରେ ୧ ଲକ୍ଷ କୋଟି ଟଙ୍କା ନିବେଶ କରିବ ବେଦା

ଓଡ଼ିଶାରେ ବେଦାନ୍ତ କରିବ ସବୁଠୁ ବଡ଼ ପ୍ରକଳ୍ପ । ଢେଙ୍କାନାଳରେ ୧ ଲକ୍ଷ କୋଟି ଟଙ୍କା ନିବେଶ କରିବ ବେଦାନ୍ତ । ୩୦ ଲକ୍ଷ ଟନ୍‌ର ଆଲୁମିନିୟମ୍ ପ୍ଲାଣ୍ଟ ହେବ । ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ବେଦାନ୍ତ ମୁଖ୍ୟ ଅନୀଲ ଅଗ୍ରୱାଲ ଏ ନେଇ ସୂଚନା ଦେଇଛନ୍ତି |ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ବେଦାନ୍ତ ମୁଖ୍ୟ ଅନୀଲ ଅଗ୍ରୱାଲ ଏହି ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ଏକ ମାସରେ ଜମି ମିଳିବ । ଜମି ମିଳିଲେ ୩ ରୁ ୪ ମାସ ଭିତରେ କାମ ଆରମ୍ଭ ହେବ । ୩୦ ରୁ ୪୦ ହଜାର ଲୋକ କାମ ପାଇବେ । ପ୍ରକଳ୍ପ କାମ ୩ ରୁ ସାଢେ ୩ ବର୍ଷ ଲାଗିବ। ସେହିପରି ବେଦାନ୍ତ ପକ୍ଷରୁ ଓଡିଶାରେ ଦୁଇଟି ନୂଆ ଆଲୁମିନିଅମ୍‌ ପାର୍କ ମଧ୍ୟ ପ୍ରତିଷ୍ଠା କରାଯିବ। ଝାରସୁଗୁଡାରେ ଥିବା ଏହାର ଆଲୁମିନିଅମ୍‌ ପ୍ଲାଣ୍ଟ ନିକଟରେ ଗୋଟିଏ ନୂଆ ଆଲୁମିନିଅମ୍‌ ପାର୍କ ପ୍ରତିଷ୍ଠା କରାଯିବ। ଏହା ସହିତ ରାଜ୍ୟର ଅନ୍ୟ ସ୍ଥାନରେ ଯେଉଁଠି ସରକାର ଜମି ଯୋଗାଇ ଦେବେ ସେଠାରେ ମଧ୍ୟ ଆଉ ଏକ ଆଲୁମିନିଅମ୍‌ ପାର୍କ ପ୍ରତିଷ୍ଠା କରାଯିବ। ଏହି ଦୁଇଟି ଅତ୍ୟାଧୁନିକ ପାର୍କରେ ଅତ୍ୟନ୍ତ ଉନ୍ନତ ଗ୍ରେଡର ଆଲୁମିନିଅମ୍‌ ଆଲୟ ପ୍ରସ୍ତୁତ ହେବ। ଏହି ଆଲୁମିନିଅମ୍‌ ଆଲୟ ଏରୋସ୍ପେଶ୍, ଇଲେକ୍ଟ୍ରିକ୍‌ ଭେହିକିଲ୍‌ସ ଓ ପ୍ରତିରକ୍ଷା କ୍ଷେତ୍ରରେ ବ୍ୟବହାର ହୋଇପାରିବ। ଏହାଦ୍ୱାରା ଡାଉନ୍‌ଷ୍ଟ୍ରିମ୍‌ ଶିଳ୍ପ କ୍ଷେତ୍ରରେ ବ୍ୟାପକ ପୁଞ୍ଜି ନିବେଶ ଆସିବ ଏବଂ ଏମ୍‌.ଏସ୍‌.ଏମ୍‌.ଇ ଶିଳ୍ପରେ ବିପୁଳ ଅଭିବୃଦ୍ଧି ହୋଇପାରିବ।