ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି

ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ରାଜ୍ୟରେ ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ।ଓଡ଼ିଶା ସଂଲଗ୍ନ ଛତିଶଗଡ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି । ଏହାଉପରେ ଦେଇ ଆଉ ଏକ ଟ୍ରପ୍ ଲାଇନ୍ ଯାଇଛି । ଯାହାର ପ୍ରଭାବରେ କାଳବୈଶାଖୀ ଜନିତ ବର୍ଷା ଲାଗି ରହିଛି ।ବିଶେଷ କରି ଉତ୍ତର ଉପକୂଳ ଜିଲ୍ଲାଗୁଡ଼ିକ ଏହା ଫଳରେ ଅଧିକ ପ୍ରଭାବିତ ହେବ ବୋଲି ସତର୍କ ସୂଚନା ରହିଛି ।”