ଦକ୍ଷିଣ ଓଡ଼ିଶା ଉପରେ ଗଭୀର ଅବପାତ ।ଆଜି ଅନେକ ଜିଲ୍ଲାରେ ପ୍ରବଳ ବର୍ଷା

ଦକ୍ଷିଣ ଓଡ଼ିଶା ଉପରେ ଗଭୀର ଅବପାତ । ଆଗାମୀ ୧୨ ଘଣ୍ଟାରେ ଦୁର୍ବଳ ହେବା ସମ୍ଭାବନା। ଗଭୀର ଅବପାତ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ବିଗତ ୬ ଘଣ୍ଟା ମଧ୍ୟରେ ଏହି ଗଭୀର ଅବପାତ ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନ ଦକ୍ଷିଣ ଛତିଶଗଡ଼ ଉପରେ କେନ୍ଦ୍ରୀଭୂତ ରହିଛି । ପରବର୍ତ୍ତୀ ୧୨ ଘଣ୍ଟାରେ ଏହା ଆହୁରି ଦୁର୍ବଳ ହୋଇଯିବାର ସମ୍ଭାବନା ରହିଛି । ହେଲେ ଆଜି ବି ଓଡ଼ିଶାରେ ବର୍ଷା ।ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ପ୍ରଭାବ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ।ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି ।ସେହିପରି ବାଲେଶ୍ୱର, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।ଭୁବନେଶ୍ୱର ଓ କଟକରେ ଶୁକ୍ରବାର ଆକାଶ ଆଂଶିକ ମେଘୁଆ ରହିବା ସହ ଗୋଟିଏ କିମ୍ବା ଦୁଇଟି ପର୍ଯ୍ୟାୟରେ ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।