ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାସ

ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ପୂର୍ବତନ ବିଚାରପତି ଚିତ୍ତ ରଞ୍ଜନ ଦାସ । କଳାହାଣ୍ଡି ମାଣିକେଶ୍ୱରୀ ଦର୍ଶନ ପାଇଁ ଯାଉଥିବା ବେଳେ ମଝି ରାସ୍ତାରେ ଗାଡ଼ି ଟାୟାର ଫାଟିଯିବାରୁ ଭାରସାମ୍ୟ ହରାଇଥିଲା। ହେଲେ କୌଣସି ମତେ ଗାଡିଟିକୁ ନିୟନ୍ତ୍ରଣ କରିବାରେ ସଫଳ ହୋଇଥିଲେ ଚାଳକ । ପରେ ଅନ୍ୟ ଏକ ଗାଡ଼ିରେ ଜଷ୍ଟିସ ଚିତ୍ତ ରଞ୍ଜନ ଦାସଙ୍କୁ ଭବାନୀପାଟଣା ପଠାଯିବା ସହିତ ଗାଡ଼ିରେ ନୂତନ ଟାୟାର ଲଗାଯାଇଥିଲା । ଜାତୀୟ ରାଜପଥର ଅନେକ ସ୍ଥାନରେ ଗାଢ଼ ଥିବା ସତ୍ବେ ଏହାକୁ ମରାମତି କରାଯାଉନଥିବାରୁ ଅନେକ ସମୟରେ ଏଭଳି ଘଟଣା ଘଟୁଥିବା କୁହାଯାଉଛି ।