ଦୁର୍ନୀତି ଅଭିଯୋଗରେ ୩ ଇଞ୍ଜିନିୟର ସସ୍‌ପେଣ୍ଡ

ଦୁର୍ନୀତି ଅଭିଯୋଗରେ ରାଜ୍ୟ ସରକାର ନେଇଛନ୍ତି ବଡ଼ ଆକ୍ସନ। ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର ।ବରଗଡ଼ ସୁପରିଟେଣ୍ଡେଣ୍ଟ ଇଂଜିନିୟର ମଦନ ମୋଦନ ସେଠୀ, ଭେଡେନ ଆସିଷ୍ଟାଣ୍ଟ ଏକଜିକ୍ୟୁଟିଭ ଇଂଜିନିୟର ରାଜ କୁମାର ମିଶ୍ର, ବରଗଡ଼ କେନାଲ ସେକ୍ସନର ଆସିଷ୍ଟାଣ୍ଟ ଇଂଜିନିୟର ରଂଜନ ପଟେଲଙ୍କୁ ସସ୍‌ପେଣ୍ଡ କରାଯାଇଛି। ବରଗଡ଼ ଡିଷ୍ଟ୍ରିବ୍ୟୁଟାରୀ ଉପରେ ବାକ୍ସ କଣ୍ଡକ୍ଟ ନିର୍ମାଣ, ବରଗଡ଼ କେନାଲ ଫ୍ରଣ୍ଟ ଡେଭଲପମେଣ୍ଟ ପ୍ରକଳ୍ପ କାର୍ଯ୍ୟ ସମ୍ପାଦନରେ ଅନିୟମିତତା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।ଭୁବନେଶ୍ୱର ମୁଖ୍ୟାଳୟରେ ମଦନଙ୍କୁ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିବାବେଳେ ଅନ୍ୟ ୨ ଜଣଙ୍କୁ ବୁର୍ଲା ମହାନଦୀ ବେସିନ ମୁଖ୍ୟ ଯନ୍ତ୍ରୀଙ୍କ ଅଫିସରେ ରହିବାକୁ କୁହାଯାଇଛି।