ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

୮୦ ବର୍ଷରେ ପଦାର୍ପଣ କଲେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।ଏହି ଅବସରରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ଆଜିର ଏହି ସ୍ବତନ୍ତ୍ର ଦିନରେ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ନବୀନଙ୍କ ଶୁଭ ମନାସିଛନ୍ତି।ସୋସିଆଲ ମିଡିଆ ‘ଏକ୍ସ’ରେ ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଉତ୍ତମ ସ୍ବାସ୍ଥ୍ୟ, ଦୀର୍ଘାୟୁ ଏବଂ ସୁଖମୟ ଜୀବନ କାମନା କରିଛନ୍ତି। ରାଜନୈତିକ ମତଭେଦରୁ ଊର୍ଦ୍ଧ୍ୱକୁ ଯାଇ ମୁଖ୍ୟମନ୍ତ୍ରୀଙ୍କ ଏହି ଶୁଭେଚ୍ଛା ବାର୍ତ୍ତା ଓଡ଼ିଶା ରାଜନୀତିର ଏକ ସୁସ୍ଥ ଓ ମହାନ ପରମ୍ପରାକୁ ପୁଣି ଥରେ ପ୍ରତିଫଳିତ କରିଛି।