ନିଟ୍ ୟୁଜି ପ୍ରଶ୍ନ ପ୍ରଘଟ ଓ ପରୀକ୍ଷା ବାତିଲ ପ୍ରସଙ୍ଗ କଳାହାଣ୍ଡି ଯୁବ-ଛାତ୍ର ବିଜେଡିର ବିକ୍ଷୋଭ*

*ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (ନିଟ୍) ୟୁଜି ପରିକ୍ଷାର ପ୍ରଶ୍ନ ପତ୍ର ପ୍ରଘଟ ଓ ପରୀକ୍ଷା ବାତିଲ ପ୍ରସଙ୍ଗକୁ ନେଇ ଆଜି କଳାହାଣ୍ଡି ଜିଲ୍ଲା ଯୁବ ଓ ଛାତ୍ର ବିଜେଡି ପକ୍ଷରୁ ସ୍ଥାନୀୟ ଭବାନୀପାଟଣା ଗlନ୍ଧି ଛକ ଠାରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ କେନ୍ଦ୍ର ଉଚ୍ଚ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ରାଷ୍ଟ୍ରୀୟ ପରୀକ୍ଷା ଏଜେନ୍ସି ଏହି ନିଟ୍ ପରୀକ୍ଷାର ଦାୟିତ୍ୱ ନେଇଥିବା ବେଳେ ବାରମ୍ବାର ପ୍ରଶ୍ନ ପତ୍ର ଲିକ୍ ହେବା ସହ ଅନିୟମିତତା ସାମନାକୁ ଆସିବା ପରିକ୍ଷାର ସ୍ବଚ୍ଛତା ଓ ପାରଦର୍ଶିତା ଉପରେ ପ୍ରଶ୍ନ ବାଚୀ ସୃଷ୍ଟି କରିଛି।

ଚଳିତ ବର୍ଷ ଗତ ମେ ୩ ରେ ପରୀକ୍ଷା ଦେଇଥିବା ପ୍ରାୟ ୨୨ଲକ୍ଷ ପରୀକ୍ଷାର୍ଥୀଙ୍କ ଭବିଷ୍ୟତ ଏବେ ଅନିଶ୍ଚିତତା ଭିତରେ ରହିଥିବାରୁ ଏହି ଘଟଣାରେ କେନ୍ଦ୍ର ଉଚ୍ଚ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତୁରନ୍ତ ଇସ୍ତଫା ଦିଅନ୍ତୁ ବୋଲି ଯୁବ ଓ ଛାତ୍ର ବିଜେଡି ଦାବି କରିଛି। ଦୋଷୀ ମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ, ନିଟ୍ ପରିକ୍ଷାରେ ସ୍ବଚ୍ଛତା ଓ ଜବାବଦେହିତା ଆଣିବା, ନିଷ୍ପକ୍ଷ ତଦନ୍ତ କରି ପେପର ଲିକ୍ ଘଟଣାରେ ରହି ଥିବା ଅଧିକାରୀ ମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଆଜି ଦାବି କରାଯାଇଛି। କଳାହାଣ୍ଡି ରୁ ଜିଲ୍ଲା ପ୍ରତିନିଧି ଶେଖର ସୁମନ ଦାଶ ଙ୍କ ରିପୋର୍ଟ HR ଟିଭି ଓଡ଼ିଆ।