ନିଯୁକ୍ତି ପରୀକ୍ଷା ବିଭ୍ରାଟ ରୋକିବାକୁ ମାର୍ଗଦର୍ଶିକା: ସରକାରୀ ପ୍ରେସ୍‌ରେ ଛପାଯିବ ପ୍ରଶ୍ନପତ୍ର

ନିଯୁକ୍ତି ପରୀକ୍ଷା ବିଭ୍ରାଟ ରୋକିବାକୁ ସରକାର ଅଣ୍ଟା ଭିଡ଼ିଛନ୍ତି । ଆଗକୁ ଯେପରି କୌଣସି ନିଯୁକ୍ତି ପରୀକ୍ଷାରେ ବିଭ୍ରାଟ ନହୁଏ ସେଥିଲାଗି ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରିଛନ୍ତି ।ଏବେ ପ୍ରଶ୍ନପତ୍ରଗୁଡିକ ସରକାରୀ ପ୍ରେସରେ ଛପାଯିବ । ପରୀକ୍ଷା କେନ୍ଦ୍ରରେ ବ୍ୟବହାର ହେବ ଏଆଇ ଟୁଲ୍ ଓକାକ୍, ଏନଆଇସି ପାଖରେ ରହିବ ସିସିଟିଭି କଣ୍ଟ୍ରୋଲ୍ । ପରୀକ୍ଷା ଅଧିକାରୀଙ୍କ ଉପସ୍ଥିତରେ ପରିଚାଳନା କରୁଥିବା ସଂସ୍ଥାଙ୍କ ପାଇଁ ସ୍ୱତନ୍ତ୍ର ପ୍ରଶ୍ନ ପତ୍ର ପ୍ରିଣ୍ଟିଂଗ ମାର୍ଗଦର୍ଶିକା ଜାରି କରାଯାଇଛି । ପ୍ରଶ୍ନପତ୍ର ଲିକ୍ ରୋକିବାଠୁ ଆରମ୍ଭ କରି ପରୀକ୍ଷା ହଲରେ ସୁରକ୍ଷା ଯାଏ ସମସ୍ତ ପ୍ରକାର ପରିଚାଳନା ବ୍ୟବସ୍ଥା କଡ଼ାକଡ଼ି ହେବ । ପ୍ରଶ୍ନପତ୍ର ଛପାଠୁ ଆରମ୍ଭ କରି ପରୀକ୍ଷା କେନ୍ଦ୍ରକୁ ଆଣିବା ଯାଏ ବରିଷ୍ଠ ଅଧିକାରୀମାନେ ଦାୟିତ୍ଵରେ ରହିବେ । ପରୀକ୍ଷା କେନ୍ଦ୍ରରେ କୃତ୍ରିମ ବୁଦ୍ଧିମତା (ଏଆଇ)ଟୁଲର ବ୍ୟବହାର କରାଯିବ । ପରୀକ୍ଷା କେନ୍ଦ୍ରର ସିସିଟିଭି ଲାଇଭ ଷ୍ଟ୍ରିମ୍ କେଣ୍ଟ୍ରାଲ୍ ଓକାକ୍ କିମ୍ବା ଏନଆଇସି ପାଖରେ ରହିବ । ଏତିକି ନୁହେଁ ଆଗାମୀ ଦିନରେ ସମସ୍ତ ନିଯୁକ୍ତି ପରୀକ୍ଷାକୁ ସରକାରୀ କଲେଜ, ବିଶ୍ୱବିଦ୍ୟାଳୟରେ କରାଯିବ । ପରୀକ୍ଷା ପରିଚାଳନା ସଂସ୍ଥାମାନେ ଆଉ ଅନ୍ୟ କେଉଁଠି ପ୍ରଶ୍ନପତ୍ର ଛପାଇ ପାରିବେ ନାହିଁ । ନିଯୁକ୍ତି ପରୀକ୍ଷା ପ୍ରଶ୍ନପତ୍ର ଛପାଇବା ପାଇଁ ସରକାର ଏକ ସ୍ୱତନ୍ତ୍ର ପ୍ରିଣ୍ଟିଂ ପ୍ରେସ୍‌ ୟୁନିଟ୍‌ ସ୍ଥାପନ କରିବେ । ସରକାରୀ ପ୍ରିଣ୍ଟିଂ ପ୍ରେସ୍‌କୁ ଅଧିକ ଅତ୍ୟାଧୁନିକ କରିବେ । ଏଠାରେ ସୁରକ୍ଷା ବ୍ୟବସ୍ଥାକୁ ସଂପୂର୍ଣ୍ଣ ଭାବେ କଡ଼ାକଡ଼ି କରାଯିବ।ଏପରିକି ଆଗାମୀ ଦିନରେ ପରୀକ୍ଷା ପରିଚାଳନା ଦାୟିତ୍ୱକୁ କୌଣସି ଏଜେନ୍ସି କିମ୍ବା ଆଉଟସୋର୍ସିଂ ଦ୍ୱାରା ନହୁଏ ସେଥିପ୍ରତି କଡ଼ା ଆଭିମୁଖ୍ୟ ଆପଣାଇବେ । ପ୍ରଶ୍ନପତ୍ର ଖୋଲିବା ସମୟରେ ଭିଡିଓଗ୍ରାଫି କରାଯିବ । ସେହିପରି ଅନଲାଇନ ପରୀକ୍ଷା ପାଇଁ ମଲ୍ଟି ଫାକ୍ଟର ଅଥେଣ୍ଟିକେସନ୍ (ଏମଏଫ୍) କୁ ପରୀକ୍ଷା ପୂର୍ବରୁ ଯାଞ୍ଚ କରାଯିବ । ବାୟୋମେଟ୍ରିକ ସ୍କାନଠୁ ଆରମ୍ଭ କରି ଏସଏସଏସ୍ ଯିଏ ସମସ୍ତ ପଞ୍ଚ ହେବ । ଅନଲାଇନ ପରୀକ୍ଷା ଗୃହରେ କୌଣସି ବାହ୍ୟ ବସ୍ତୁ ରହିବ ନାହିଁ । ୱେବମ, ଇଣ୍ଟରନେଟ୍ ଆଦି ଟେକ୍ନିକାଲ ଉପକରଣକୁ ବି ଯାଞ୍ଚ କରାଯିବ ।