ନୂଆପଡ଼ା ଉପନିର୍ବାଚନ ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ନାଁ ଜାରି
ନୂଆପଡ଼ା ଉପନିର୍ବାଚନ ପାଇଁ ଷ୍ଟାର ପ୍ରଚାରକଙ୍କ ନାଁ ଘୋଷଣା କରିଛି ବିଜେପି । ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ଦଳ ପକ୍ଷରୁ ଜାରି କରାଯାଇଛି ।ଯେଉଁଥିରେ ଦୁଇ ଜଣ ମୁଖ୍ୟମନ୍ତ୍ରୀ ଅଛନ୍ତି । ଜଣେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟଜଣେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ । ସେହିପରି ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକ ବର୍ଦ୍ଧନ ସିଂହଦେଓ ମଧ୍ୟ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ ଅଛନ୍ତି ।
ଉକ୍ତ ତାଲିକାରେ ଅନ୍ୟମାନଙ୍କ ମଧ୍ୟରେ ଅଛନ୍ତି ବିଜେପି ରାଜ୍ୟସଭାପତି ମନମୋହନ ସାମଲ, ୩ କେନ୍ଦ୍ରମନ୍ତ୍ରୀ ଯଥା- ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ଜୁଏଲ ଓରାମ ଅଛନ୍ତି । ଏହାଛଡ଼ା ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଓ ୨ ପ୍ରଭାରୀ ମଧ୍ୟ ସାମିଲ ଅଛନ୍ତି ।ସେହିପରି ସିଦ୍ଧାନ୍ତ ମହାପାତ୍ର, ଆକାଶ ଦାସ ନାୟକ ଓ ଅନୁଭବ ମହାନ୍ତିଙ୍କୁ ତାଲିକାରେ ସାମିଲ କରାଯାଇଛି ।

