ନୂଆପଡ଼ା ଉପନିର୍ବାଚନ ପ୍ରକାଶ ପାଇଲା ବିଜ୍ଞପ୍ତି: ନଭେମ୍ବର ୧୧ରେ ଭୋଟ
ନୂଆପଡ଼ା ଉପନିର୍ବାଚନ ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଆଜିଠୁ ନାମାଙ୍କନ କରାଯାଉଛି। ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ରହିଛି। ୨୨ ତାରିଖ ନାମାଙ୍କନ ଯାଞ୍ଚ ପ୍ରକ୍ରିୟା ହେବ। ୨୪ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି। ନଭେମ୍ବର ୧୧ରେ ଭୋଟ ହେବ । ୧୪ରେ ଫଳାଫଳ ଘୋଷଣା ହେବ। ଉପନିର୍ବାଚନ ପାଇଁ ଆଜିଠାରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ। ଏସବୁ ଭିତରେ କେବଳ କଂଗ୍ରେସ ଘାସିରାମ ମାଝୀଙ୍କୁ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଉଭୟ ବିଜେପି ଓ ବିଜେଡି କାହାକୁ ପ୍ରାର୍ଥୀ କରିବେ ସ୍ପଷ୍ଟ କରିନାହାଁନ୍ତି। ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢ଼ୋଲକିଆଙ୍କ ପୁଅ ଜୟ ଢ଼ୋଲକିଆ ବିଜେପିରେ ସାମିଲ ହେବା ପରେ ତାଙ୍କୁ ଦଳ ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ହେଉଥିବା ବେଳେ ବିଜେଡିରୁ କିଏ ପ୍ରାର୍ଥୀ ହେବ ତାକୁ ନେଇ ଦଳୀୟ ମହଲରେ ପ୍ରଶ୍ନ ଉଙ୍କି ମାରୁଛି ।
