ନୂଆପଡା ବିଧାନସଭା ଉପନିର୍ବାଚନ-ଭୋଟର ତାଲିକା ସଂଶୋଧନ ପାଇଁ ବିଜ୍ଞପ୍ତି

ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ନୂଆପଡା ବିଧାନସଭା ମଣ୍ଡଳୀର ଭୋଟର ତାଲିକା ସଂଶୋଧନ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଏ ନେଇ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଆସନ୍ତାକାଲି ସୁଦ୍ଧା ମତଦାନ କେନ୍ଦ୍ରର ପୁନଃବ୍ୟବସ୍ଥାପନ/ ପରିବର୍ତ୍ତନ ହେବ । ସେପ୍ଟେମ୍ବର ୧୫ରୁ ୨୯ ତାରିଖ ପର୍ଯ୍ୟନ୍ତ ଭୋଟର ନିଜର ଦାବି ଓ ଆପତ୍ତି ଦାଖଲ କରିପାରିବେ। ଅକ୍ଟୋବର ୭ ତାରିଖ ସୁଦ୍ଧା ଏହି ଦାବି ଓ ଆପତ୍ତିର ସମାଧାନ କରାଯିବ। ଅକ୍ଟୋବର ୯ରେ ପ୍ରକାଶ ପାଇବ ଚୂଡାନ୍ତ ଭୋଟର ତାଲିକା ।ସୂଚନାଯୋଗ୍ୟ ଯେ ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ଆସନ ଖାଲି ପଡିଛି। ଏଠାରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି ହୋଇଛି।