ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ
ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଇଛନ୍ତି । ୪୭ ତମ ମୁଖ୍ୟ ଶାସନ ସଚିବ ଭାବେ ଆଜି ଦାୟିତ୍ଵ ନେଇଛନ୍ତି ଅନୁ ଗର୍ଗ । ଲୋକସେବା ଭବନରେ ସେ ବିଧିବଦ୍ଧ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି । ସେ ୧୯୯୧ ବ୍ୟାଚର ଆଇଏଏସ ଅଫିସର । ଡିସେମ୍ବର ୩୧ ତାରିଖରେ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଶେଷ ହୋଇଛି । ତାଙ୍କ ସ୍ତାନରେ ସେ ଦାୟିତ୍ବ ଗ୍ରହଣ କରିଛନ୍ତି । ଏହା ପୂର୍ବରୁ ଅନୁ ଗର୍ଗ ରାଜ୍ୟ ଉନ୍ନୟନ କମିଶନର ଭାବେ କାର୍ଯ୍ୟ କରୁଥିଲେ ।
