ପରକୀୟା ପ୍ରୀତି ସନ୍ଦେହରେ ଦୁଇ ଯୁବକ ଓ ଜଣେ ମହିଳାଙ୍କୁ ବାନ୍ଧି ନିସ୍ତୁକ ମାଡ଼
ପରକିୟା ପ୍ରୀତି ସନ୍ଦେହରେ କଙ୍ଗାରୁ କୋର୍ଟ। ମୟୂରଭଞ୍ଜ ଯଶିପୁର ଥାନା ବେଗୁନିଆ ଗାଁର ଘଟଣା। ଦୁଇ ଯୁବକ ଓ ଜଣେ ମହିଳାଙ୍କୁ ଏକ ଇଲେକ୍ଟ୍ରି ଖୁଣ୍ଟରେ ବାନ୍ଧି ନିସ୍ତୁକ ପିଟିଲେ ଗାଁ ଲୋକ।ସୂଚନା ଅନୁସାରେ ମହିଳା ଜଣକ ହାଟ ସଉଦା କରିବା ପାଇଁ କାଶୀପାଳ ଗାଁରୁ ତାଙ୍କ ସମ୍ପର୍କୀୟ ଦୁଇଜଣ ଦିଅରଙ୍କୁ ଡାକି ଯଶିପୁର ଆସିଥିଲ । ବଜାରରୁ ଏକ ବାଇକ ଯୋଗେ ନିଜ ଗାଁକୁ ଫେରିବା ପରେ ଦୁଇ ଯୁବକଙ୍କ ସହ ମହିଳାଙ୍କୁ ଦେଖି ହଠାତ ମହିଳାଙ୍କ ପରିବାର ଲୋକଙ୍କ ସହ ଗାଁ ଲୋକେ ସେମାନଙ୍କୁ ନିସ୍ତୁକ ମାଡ଼ କରିଥିଲେ । ପଡ଼ିଆରେ ଏକ ଇଲେକ୍ଟ୍ରି ଖୁଣ୍ଟରେ ତିନି ଜଣଙ୍କୁ ବାନ୍ଧି ବିଧା ଗୋଇଠା ସହ ଠେଙ୍ଗାରେ ନିସ୍ତୁକ ପିଟିଥିଲେ । ଯଶୀପୁର ଥାନା ପୋଲିସ ଉତ୍ତ୍ୟକ୍ତ ଲୋକଙ୍କ କବଳରୁ ସେମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛି ।ବାକି ଦୁଇ ଜଣଙ୍କୁ ଅଟକ ରଖି ଜେରା କରୁଛି ଯଶିପୁର ଥାନା ପୋଲିସ ।
