ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ

ପ୍ରଦୂଷଣ ପ୍ରମାଣ ପତ୍ର ଥିବା ଗାଡିରେ ଲାଗିବ ଗ୍ରୀନ୍ ଷ୍ଟିକର । ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ସୂଚନା ଦେଇ ମନ୍ତ୍ରୀ କହିଛନ୍ତି ଯେ ଗ୍ରୀନ ଷ୍ଟିକର ପରିବହନ ବିଭାଗ ଯୋଗାଇ ଦେବ । ପ୍ରଦୂଷଣ ପ୍ରମାଣ ପତ୍ର ନଥିଲେ କାର୍ଯ୍ୟାନୁଷ୍ଠାନ ହେବ । ସଡକ ସୁରକ୍ଷା ମାସ ଆସୁଥିବାରୁ ପିୟୁସିସି କୋହଳ କରାଯାଇଛି । ୨୦୧୯ ରେ ଯେଉଁ ଫାଇନ ବଢ଼ାଯାଇଛି କୋହଳ କରିବାକୁ ତର୍ଜମା କରିବୁ ବୋଲି କହିଛନ୍ତି। ନୂଆ ଓ ପୁରୁଣା ସବୁ ଗାଡ଼ିକୁ ପ୍ରମାଣ ମିଳୁଥିବାରୁ ତର୍ଜମା କରାଯାଉଛି। ସମୟ ସୀମା ୧ ମାସ ବୃଦ୍ଧି କରାଯାଇଛି। ଏହି ଗ୍ରେସ ପିରିୟଡରେ ଗାଡ଼ି ମାଲିକମାନେ ସେମାନଙ୍କର ପଞ୍ଜୀକରଣ ପ୍ରମାଣପତ୍ର (RC), ଫିଟନେସ୍ ପ୍ରମାଣପତ୍ର, ପ୍ରଦୂଷଣ ନିୟନ୍ତ୍ରଣ (PUC) ପ୍ରମାଣପତ୍ର ଏବଂ ବୀମାକୁ ବିନା ଜରିମାନାରେ ଅପଡେଟ୍ କରି ପାରିବେ। ମାସକ ମଧ୍ୟରେ ଗାଡିର ସବୁ ସାର୍ଟିଫିକେଟ କରିବା ନେଇ ମନ୍ତ୍ରୀଙ୍କ ପକ୍ଷରୁ କୁହାଯାଇଛି । ରାଜ୍ୟବ୍ୟାପୀ କଡ଼ାକଡ଼ି ଯାଞ୍ଚ୍ ୧ ଫେବୃଆରି ୨୦୨୬ ରୁ ଆରମ୍ଭ ହେବ।