ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ । 

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗଭୀର ଅବପାତରେ ପରିଣତ ହୋଇଛି । ଏହା ଉତ୍ତର କିମ୍ବା ଉତ୍ତର-ପୂର୍ବ ଦିଗକୁ ଗତିକରି ଶନିବାର ଓଡ଼ିଶା ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି । ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାବି ପୂର୍ବାନୁମାନ କରିଛି ।

ଉତ୍ତର ଓଡ଼ିଶା ଉପକୂଳରେ ବି ବର୍ଷା ହେବ । ଏହାର ପ୍ରଭାବରେ ଗଞ୍ଜାମ, ପୁରୀ ପୁ , ଜଗତସିଂ ହପୁରପୁ , କେନ୍ଦ୍ରାପଡ଼ା, ଭଦ୍ରକ, କଟକ ଓ ଖୋର୍ଦ୍ଧା ଜିଲ୍ଲାଜିଲ୍ଲାର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ପାରାଦୀପର ଦକ୍ଷିଣରେ ୩୮୦କିମି ଦୂରରେ ଏହାର ଅବସ୍ଥିତି ରହିଛି । ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଗତି କରି ନେଇପାରେ ବାତ୍ୟାର ରୂପ । ବାତ୍ୟାର ନାଁ ରହିବ ମିଢିଲି । ଏହାର ନାମକରଣ କରିଛି ମାଲଦୀପ । ବାଂଲାଦେଶରେ ବାତ୍ୟା ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି । ସେଥିପାଇଁ ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।